ସୁନ୍ଦରଗଡରେ୨୫୦କୁ ପହଞ୍ଚିଛି ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା

ସୁନ୍ଦରଗଡ : ରାଜ୍ୟରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ । ଦିନକୁ ଦିନ ସୁନ୍ଦରଗଡ ଜିଲ୍ଲାରେ ବଢିବାରେ ଲାଗିଛି ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ସୁଦ୍ଧା ଜିଲ୍ଲାରେ ୨୫୦କୁ ପହଞ୍ଚିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦର ଗଡରେ ୪୦ ନମୁନା ଟେଷ୍ଟ କରାଯାଇଥିବା ବେଳେ ସେଥିରୁ ୬ଟି ପଜିଟିଭ ଚିହ୍ନଟ ହୋଇଛି । ତେବେ ଏନେଇ ଭୟ ନକରି ସଚେତନ ରହିବାକୁ ପରାମର୍ଶ ଦେଇଛ ସ୍ୱାସ୍ଥ୍ୟ ବିଭାଗ । ସାମାନ୍ୟ ଜ୍ବର କିମ୍ବା ସେପରି କୌଣସି ଲକ୍ଷଣ ଦେଖାଗଲେ ସ୍କ୍ରବ ଟାଇଫସ ଟେଷ୍ଟ କରିବା ପାଇଁ ଜିଲ୍ଲାର ସମସ୍ତ ଡାକ୍ତରଙ୍କୁ ପରାମର୍ଶ ଦିଆଯାଇଛି । ସ୍କ୍ରବ ଟାଇଫସ ରୋଗୀଙ୍କ ଚିକିତ୍ସା ପାଇଁ ଯଥେଷ୍ଟ ଔଷଧ ଏବଂ ଡାକ୍ତର ରହିଛନ୍ତି । ଗୁରୁତର ରୋଗୀଙ୍କ ପାଇଁ ଆଇସିୟୁ ମଧ୍ୟ ରହିଛି । ଲକ୍ଷଣ ଦେଖାଗଲେ କିମ୍ବା ସପ୍ତାହେରୁ ଅଧିକ ସମୟ ଜ୍ବର ରହିଲେ ତୁରନ୍ତ ଡାକ୍ତରଖାନା ଯିବା ପାଇଁ ପରାମର୍ଶ ଦିଆଯାଇଛି । ଏନେଇ ଲୋକଙ୍କୁ ସଚେତନ କରାଯାଉଥିବା ସିଡିଏମଓ ସୂଚନା ଦେଇଛନ୍ତି ।