ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍; ୨୫ ଆହତ

ଭୁବନେଶ୍ୱର: କୋଲକାତାରୁ ପର୍ଯ୍ୟଟକଙ୍କୁ ନେଇ ପୁରୀ ଯାଉଥିବା ଏକ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭଣ୍ଡାରିପୋଖରୀର ପେଟ୍ରୋଲ ପମ୍ପ ନିକଟରେ ଯାତ୍ରୀବାହୀ ବସ ଓଲଟିବାରୁ ୨୫ ଯାତ୍ରୀ ଆହତ ହୋଇଛନ୍ତି । କୌଣସି କାରଣ ବଶତଃ ଅଧାବାଟରେ ରାସ୍ତାକଡ଼କୁ ଭାରସାମ୍ୟ ହରାଇ ତୀର୍ଥଯାତ୍ରୀ ବସଟି ଓଲଟି ପଡ଼ିବାରୁ ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଭଦ୍ରକ ଜିଲ୍ଲା ଭଣ୍ଡାରି ପୋଖରୀ ଥାନା ଅନ୍ତର୍ଗତ ପେଟ୍ରୋଲ ପମ୍ପ୍ ନିକଟରେ ଆଜି ସକାଳେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନା ମୁତାବକ ପ୍ରାୟ ୬୨ ଜଣ ପର୍ଯ୍ୟଟକଙ୍କୁ ନେଇ ଶିବମ ନାମକ ବସ କୋଲକାତାରୁ ପୁରୀ ଯାଉଥିଲା ।ଏହି ସମୟରେ ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।ସ୍ଥାନୀୟ ଲୋକ, ପୁଲିସ ଓ ଦମକଳ ବାହିନୀ ଦ୍ୱାରା ଉଦ୍ଧାର କାର୍ୟ୍ୟ ଚାଲିଥିବାବେଳେ ଆହତମାନଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ପଠାଯାଇଛି। ଘଟଣାସ୍ଥଳରେ ଥାନା ଅଧିକାରୀ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ।