ଭୁବନେଶ୍ୱର: ଆରଆଇ ଅମିନ ପରୀକ୍ଷାରେ ଅନିୟମିତତା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କଲେ ରାଜସ୍ବ ମନ୍ତ୍ରୀ । ବିଭ୍ରାଟ ନେଇ ବିଭାଗୀୟ ଅଧିକାରୀଙ୍କୁ ମାଗିଲେ ରିପୋର୍ଟ । ଅନିୟମିତତା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ପ୍ରତିକ୍ରିୟା । ଏହାର ସମ୍ପୂର୍ଣ୍ଣ ରିପୋର୍ଟ ଦେବାକୁ ରାଜସ୍ବ ବିଭାଗ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି । ମୁଖ୍ୟମନ୍ତ୍ରୀଙ୍କୁ ଏ ସମ୍ପର୍କରେ ଅବଗତ କରିଛି । ଆମ ପାଖରେ ଯେଉଁ ଅଭିଯୋଗ ହସ୍ତଗତ ହୋଇଛି ମୋତେ ଲାଗୁଛି ପରୀକ୍ଷା ପାଈଁ ଏହା ଅନୁକୂଳ ପ୍ରକ୍ରିୟା ନୁହଁ । ସରକାର ଅନୁଧ୍ୟାନ କରି ବ୍ଲାକ ଲିଷ୍ଟେଡ଼ ହୋଇଥିଲେ ଉକ୍ତ ସଂସ୍ଥାକୁ ପରୀକ୍ଷାରୁ ମୁକ୍ତ କରାଯିବ । ତ୍ରୁଟି ବିଚ୍ୟୁତି କେତେ ପରିମାଣର ହୋଇଛି ଏହା ଫଳାଫଳକୁ କେତେ ପ୍ରଭାବ ପକାଇବ ତାକୁ ଅନୁଧ୍ୟାନ କରି ସରକାର ନିଷ୍ପତ୍ତି ନେବେ । ଏହାର ସମାଧାନ ପାଈଁ ସମସ୍ତ ଦ୍ୱାର ଖୋଳା ଅଛି । ପରୀକ୍ଷା ସବୁବେଳେ ତ୍ରୁଟି ଶୂନ୍ୟ ହେବା କଥା । ଉଚିତ ସ୍ଥାନରେ ପରୀକ୍ଷା ହେଉନଥିବା ଛାତ୍ର ଛାତ୍ରୀ ଅଭିଯୋଗ କରିଛନ୍ତି । ପରୀକ୍ଷାରେ ଅବ୍ୟବସ୍ଥା ଅଭିଯୋଗ ମୋ ପାଖକୁ ଆସିଛି । ଆରଆଇ ଅମିନ ପରୀକ୍ଷା ରାଜସ୍ବ ବିଭାଗ କରେ ନାହିଁ osssc କରେ । ଜଣେ ଥାର୍ଡ଼ ପାର୍ଟିକୁ ଷ୍ଟାପ ସିଲେକ୍ସନ ବୋର୍ଡ ଆଉଟସୋରସିଂ କରିଥିବା ଖବର ଆସୁଛି । ସେହି କମ୍ପାନୀ କ୍ରେଡିବୁଲିଟିକୁ ନେଇ ବି ପ୍ରଶ୍ନ ଉଠିଛି ।