ଭୁବନେଶ୍ୱର: ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରଶାସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ ପଡ଼ିବ ସ୍ଲାବ । ସପ୍ତାହକ ଭିତରେ ସରିବ ଡ୍ରେନ ବାରିକେଡ କାମ । ଭୁବନେଶ୍ଵର ସହରରେ ମୋଟ ୧୮୦୦ କିଲୋମିଟର ଡ୍ରେନ ରହିଛି । ସେଥିରୁ BMC ଅଧୀନରେ ୧୩୮୦ କିଲୋମିଟର ଡ୍ରେନ ଅଛି । ଏହା ଭିତରୁ ୨୭ କିଲୋମିଟର ମୁକୁଳା ଡ୍ରେନ ରହିଛି । ସବୁ ମୁକୁଳା ଡ୍ରେନ ଚିହ୍ନଟ ହୋଇଛି । ଯୁଦ୍ଧକାଳୀନ ଭିତ୍ତିରେ ସ୍ଲାବ୍ କାମ ସରିବ । କିଛି ସ୍ଥାନରେ ଡ୍ରେନ ଉପରେ ଜବରଦଖଲ ରହିଛି । ବିଭିନ୍ନ ବିଭାଗ ସହ ସମନ୍ଵୟ ବୈଠକ କରାଯାଇ ଜବରଦଖଲ ଉଛେଦ ପାଇଁ ପଦକ୍ଷେପ ନିଆଯାଉଛି । ବ୍ୟାରିକେଡ଼ ପାଇଁ ୩୪ଟି ସ୍ଥାନ ଚିହ୍ନଟ ହୋଇଛି । ସପ୍ତାହକ ଭିତରେ ଏସବୁ ସ୍ଥାନରେ ବ୍ୟାରିକେଡ଼ ଲାଗିବ ।