ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଛାତ୍ରଛାତ୍ରୀ

ମଣିପୁରରେ ପଢୁଥିବା ଓଡ଼ିଆ ଛାତ୍ରଛାତ୍ରୀ ଭୁବନେଶ୍ବର ରେ ପହଁଞ୍ଚିଲେ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଲେ

ଭୁବନେଶ୍ୱର:ମଣିପୁରର କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟରେ ପଢୁଥିବା ଦଶ ଜଣ ଓଡିଆ ଛାତ୍ରଛାତ୍ରୀମାନେ ରବିବାର ସୁରକ୍ଷିତ ଭାବରେ ଭୁବନେଶ୍ବର ରେ ପହଞ୍ଚିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ଓଡିଶା ମୋ ପରିବାର ପକ୍ଷରୁ ଜାତିଗତ ହିଂସା ରେ ଆକ୍ରାନ୍ତ ମଣିପୁର ରେ ପାଠ ପଢୁଥିବା ଓଡ଼ିଆ ଛାତ୍ରଛାତ୍ରୀମାନ ଙ୍କୁ ଓଡିଶା ଆଣିବାକୁ ଉଦ୍ୟମ ଆରମ୍ଭ ହୋଇଥିଲା ସନିବାର ରାତିରେ ସେମାନଙ୍କୁ କୋଲକାତା ଅଣାଯାଇଥିଲା । ରବିବାର ପୂର୍ବାହ୍ନରେ ସେମାନେ ଆସି ଭୁବନେଶ୍ବର ରେ ପହଞ୍ଚିଥିଲେ ।
ପରେ ସେମାନେ ନବୀନ ନିବାସ ଯାଇ ମୁଖମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କୁ ଭେଟିଥିଲେ । ସୁରକ୍ଷିତ ଭାବରେ ସେମାନଂକୁ ଭୁବନେଶ୍ବର ଫେରାଇଆଣି ଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ।ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସେମାନଙ୍କ ପାଠ ପଢା ବିଷୟରେ ପଚାରି ବୁଝିବା ସହ ଖୂବ୍ ଶୀଘ୍ର ମଣିପୁର ରେ ସ୍ୱାଭାବିକ ଅବସ୍ଥା ଫେରି ଆସିବ ବୋଲି ଆଶା ବ୍ୟକ୍ତ କରିଥିଲେ ।ପିଲାମାନଙ୍କୁ ହକି JERSEY ଦେଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସ୍ଵାଗତ କରିଥିଲେ ।