୬୧୩ ଫୁଟରେ ପହଞ୍ଚିଛି ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର

ସମ୍ବଲପୁର: ଲଘୁଚାପ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା । ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢୁଛି । ସକାଳ ୬ଟା ସୁଦ୍ଧା ୬୧୩ ଫୁଟରେ ପହଞ୍ଚିଛି ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର । ପ୍ରତି ସେକେଣ୍ଡରେ ୧ଲକ୍ଷ ୪୦ ହଜାର ୫୭୫ ଘନଫୁଟ ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରୁଥିବା ବେଳେ ନିଷ୍କାସିତ ହେଉଛି ୪୦ ହଜାର ଘନଫୁଟ ବନ୍ୟାଜଳ । ସେପଟେ ଆଉ ଦିନକ ପରେ ହୀରାକୁଦ ଛାଡିବ ବର୍ଷାର ପ୍ରଥମ ବନ୍ୟାଜଳ । ଜୁଲାଇ ୨୩ରେ ଖୋଲିବ ହୀରାକୁଦ ଡ୍ୟାମର ଗେଟ । ଆସନ୍ତା ରବିବାର ସକାଳ ୯ଟାରେ ପୂଜାର୍ଚ୍ଚନା ପରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ଏଥିପାଇଁ ସତର୍କତା ଜାରି କରିଛନ୍ତି ହୀରାକୁଦ ବନ୍ଧ ମର୍ତ୍ତୃପକ୍ଷ ।