ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା। ଟୁନା ନାୟକଙ୍କ ତଣ୍ଟି କାଟି ହତ୍ୟା, ଅଭିଯୁକ୍ତ ଗିରଫ। ପାର୍ବଣ ପୂର୍ବରୁ ବ୍ରହ୍ମପୁର ଉପକଣ୍ଠ ନିମଖଣ୍ଡି ଅଞ୍ଚଳରେ ଘଟିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଗତକାଲି ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଟୁନା ନାୟକ ନାମକ ଜଣେ ଦୁର୍ଦ୍ଧାନ୍ତ ଅପରାଧୀଙ୍କୁ ତଣ୍ଟି କାଟି ନିର୍ମମ ଭାବେ ହତ୍ୟା କରାଯାଇଥିବା ଜଣାପଡ଼ିଛି। ଏହି ଘଟଣାକୁ ନେଇ ନିମଖଣ୍ଡି ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଟୁନା ନାୟକଙ୍କ ସହ କିଛି ବ୍ୟକ୍ତିଙ୍କର ପୂର୍ବରୁ ଶତ୍ରୁତା ରହିଥିଲା। ସେହି ପୁରୁଣା ବିବାଦକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଟୁନାଙ୍କ ଗଳାରେ ଧାରୁଆ ଅସ୍ତ୍ରରେ ଆଘାତ କରାଯାଇଥିବା ବେଳେ ଘଟଣାରେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ନିମଖଣ୍ଡି ଥାନା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ହତ୍ୟାକାଣ୍ଡ ସହ ସମ୍ପୃକ୍ତି ସନ୍ଦେହରେ ପୁଲିସ ବିଟୁ ସାହୁଙ୍କୁ ଗିରଫ କରିଥିବା ଜଣାପଡ଼ିଛି।