ଓଡିଶା; ପୁଣି ୨୪ ତାରିଖରୁ ବର୍ଷା ହେବାର ସମ୍ଭାବନା । ଏନେଇ ପାଣିପାଗ ବିଭାଗର ଅନୁମାନ । ବର୍ଷା ଏବେ ଛାଡିଥିବା ବେଳେ ପୁଣି ଡିସେମ୍ବର ୨୪ ଓ ୨୫ରେ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହିତ ଘନ କୁହୁଡି ମଧ୍ୟ କଲବଲ କରିବ । ପାଣିପାଗର ପୂର୍ବାନୁମାନ ଅନୁଯାୟୀ,ପଶ୍ଚିମା ଝଡ ପ୍ରଭାବରେ ବର୍ଷା ସମ୍ଭାବନା । ୭ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆକଳନ କରିଛି ପାଣିପାଗ ବିଭାଗ । କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧାଗଞ୍ଜାମ, ଗଜପତି, ରାୟଗଡା ଜିଲ୍ଲାରେ ହେବ ବର୍ଷା । ସେହିପରି ୯ ଜିଲ୍ଲାକୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ ଢେଙ୍କାନାଳ, ନୟାଗଡ, କନ୍ଧମାଳ, କୋରାପୁଟ, ମାଲକାନଗିରି । ସେହିପରି ୨୫ ତାରିଖରେ ୧୧ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ଦେଇଛି ବିଭାଗ। ଆଜି ଏବଂ କାଲି ଘନ କୁହୁଡି ନେଇ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି । ୫ ଜିଲ୍ଲା କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ଅନୁଗୁଳ ଓ କଳାହାଣ୍ଡିକୁ କୁହୁଡି ପାଇଁ ସତର୍କତା ଜାରି କରିଛି ବିଭାଗ । ୫ ଜିଲ୍ଲାରେ ୫୦ ମିଟର ତଳକୁ ଖସିବ ଦୃଶ୍ୟମାନ ଦୂରତା। ସେହିପରି ୨୬ରୁ ୨୮ ତାରିଖ ଯାଏଁ ରହିବ ଶୁଖିଲା ପାଗ। ୨୯ ତାରିଖରୁ ପୁଣି କୋହଲା ପାଗ ସହ ବର୍ଷା ସମ୍ଭାବନା ରହିଥିବା ବେଳେ ଆଗାମୀ ୩ ଦିନ ପରେ ବଢିବ ଶୀତର ପ୍ରଭାବ ବୋଲି ସୂଚନା ଦେଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର।