ବନକଲାଗି ନୀତି ପାଇଁ ଚାରି ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆସନ୍ତା କାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏ ନେଇ ଆସନ୍ତା କାଲି ସନ୍ଧ୍ୟା୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଚରି ଘଣ୍ଟା ଧରି ଦର୍ଶନ ବନ୍ଦ ରହିବ ବୋଲି କୁହାଯାଉଛି । ତେବେ ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇ ଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଏହି ନିତୀ ଅନୁଷ୍ଠିତ ହେବା ବେଳେ ଶର୍ଦ୍ଧାଳୁ ଏହି ସମୟରେ ଦର୍ଶନରୁ ବଞ୍ଚିତ ରହିବେ ।