ଭୁବନେଶ୍ୱର: ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା । ଆଜି ଠାରୁ ଆରମ୍ଭ ହୋଇ ଜୁଲାଇ ୮ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ରାଜ୍ୟର ୮୦ଟି କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ । ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରିଛନ୍ତି ବୋର୍ଡ କର୍ତ୍ତୃପକ୍ଷ । ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ୧୩୧୧ଜଣ ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ପାଇଁ ୮୯୧୫ଜଣ ପରୀକ୍ଷାର୍ଥୀ ଫର୍ମପୂରଣ କରିଥିଲେ । ଆଜି ସକାଳୁ ପରୀକ୍ଷାର୍ଥୀମାନେ ଶୃଙ୍ଖଳିତ ଢଙ୍ଗରେ ଆସି ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଥିବା ଦେଖିବାକୁ ମିଳିଥିଲା । ୮ତାରିଖରେ ପରୀକ୍ଷା ସରିବା ପରେ ଖୁବଶୀଘ୍ର ଫଳାଫଳ ପ୍ରକାଶ କରାଯିବ । ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ଚଳିତ ବର୍ଷ ଯୁକ୍ତ ଦୁଇରେ ନାମ ଲେଖାଇବାର ସୁଯୋଗ ପାଇବେ । ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ଗତ ମେ ୨୬ ତାରିଖରୁ ଫର୍ମ ଫିଲଅପ୍ ଆରମ୍ଭ ହୋଇ ଜୁନ୍ ୧ ତାରିଖରେ ଶେଷ ହୋଇଥିଲା ।