ହଠାତ୍ ବଦଳିଯାଇଛି ପାଗ,ଦିନରେ ତାତି ସନ୍ଧ୍ୟାରେ ବର୍ଷା

0

ଭୁବନେଶ୍ୱର:ଆସନ୍ତା ୪ଦିନ ତାତୀରୁ ମିଳିବ ସାମାନ୍ୟ ଆସ୍ୱସ୍ତି । ହଠାତ୍ ବଦଳିଯାଇଛି ପାଣିପାଗ । ସକାଳୁ ମୁଣ୍ଡଫଟା ଖରା ହେଉଥିବା ବେଳେ ଅପରାହ୍ଣ ପରେ ହଠାତ୍ ଆକାଶରେ କଳାହାଣ୍ଡିଆ ମେଘ ଘୋଟି ଆସୁଛି । ଗରମ, ଗୁଳୁଗୁଳିରେ ଆକ୍ତାମାକ୍ତା ସାରା ରାଜ୍ୟ ଦିନରେ ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ସଂଧ୍ୟାରେ କାଳବୈଶାଖୀ ପ୍ରଭାବ ।ଆଜି ପାଇଁ ୨୨ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୩ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ବିଶେଷ ଭାବେ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ପ୍ରକାଶ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।


ବିଶେଷ କରି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କାଳହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏବଂ କାଳବୈଶାଖୀ ସମୟରେ ଏହିସବୁ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ମଧ୍ୟରେ ରହିବ। ସେହିଭଳି କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ, ଗଜପତି, ଓ ଗଞ୍ଜାମ ଆଦି ଜିଲ୍ଲାର କିଛି ଅଞ୍ଚଳରେ କାଳବେଶାଖୀଜନିତ ହାଲୁକା ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ଦିନରେ ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ସଂଧ୍ୟାରେ କାଳବୈଶାଖୀ ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେଉଛି । ଆଜି ବି ସମାନ ପାଣିପାଗ ଲାଗି ରହିପାରେ ।