ରାଜ୍ୟରେ ଝଡ ପବନ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର; ରାଜ୍ୟରେ ଝଡ ପବନ ସହ ବର୍ଷା ସମ୍ଭାବନା । ବିଜୁଳି ଘଡଘଡି ସହ ପବନ ବହିବା ନେଇ ୨୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି । ଏସବୁ ଜିଲ୍ଲାରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ ଘଣ୍ଟା ପ୍ରତି ୩୦ ରୁ କିଲୋମିଟର ବେଗରେ ପଗନ ବହିବା ନେଇ ସତର୍କ କରାଯାଇଛି । ୧୨-୧୩ ତାରିଖ ବେଳକୁ ପବନର ବେଗ ଅଧିକ ଯୋଗୁଁ ଅଶାନ୍ତ ରହିବ । ଏଥିପାଇଁ ସମୁଦ୍ରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ମନାକରାଯାଇଛି । ସେପଟେ ଆସନ୍ତାକାଲି ଏକ ଲଘୁଚାପ କ୍ଷେତ୍ର ଦକ୍ଷିଣ ଓଡିଶା ତଥା ଏହାର ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହେବାର ସମ୍ଭାବନା ରହିଛି । ଅନ୍ୟପକ୍ଷରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ବର୍ଷା ଜାର ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ।