ଆଜି ରାଜ୍ୟରେ ଆଉ ୩୩୫୮ କରୋନା ଆକ୍ରାନ୍ତ ସୁସ୍ଥ; ସର୍ବାଧିକ କଟକ

ଭୁବନେଶ୍ୱର– ରାଜ୍ୟରେ ଅଅଉ ୩୩୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ ୮ଲକ୍ଷ ୯୦ ହଜାର ୭୭୮ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏନେଇ ଟ୍ୱିଟ କରି ସ୍ୱାସ୍ଥ୍ୟ ଓପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବଧିକ କଟକରୁ ୪୮୪ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୮୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୧୮୯୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୫୨ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୨୧୮ ଜଣ ଲୋକାଲ୍ କେସ୍ ରହିଛନ୍ତି । ୩୦୨୨୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮ ଲକ୍ଷ ୯୦ ହଜାର ୭୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୦୫୦୭୭୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।