୨୪ ଘଣ୍ଟା ମଧ୍ୟରେ ୧,୯୩୮ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କିଛି ଦିନ ହେବ କରୋନା ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୨ ହଜାରରୁ କିଛି କମ୍‌ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୯୩୮ କରୋନାଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୬୭ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୧୪,୬୮୭ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ହୋଇଥିବା ୬୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୬୭୨ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୫୩୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୭୫,୫୮୮। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୨୪୨୭।