୨୪ ଘଣ୍ଟାରେ ରାଜ୍ୟରୁ ୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୦୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୦୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-

ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୧୨ଜଣକୁ ବୃଦ୍ଧି ପାଇଛି। ଏବେ ସୁଦ୍ଧା ରାଜ୍ୟରେ ୩୧୦୨୭୮୩୪ସାମ୍ପୁଲ ଟେଷ୍ଟ୍ ହୋଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୮୬୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୬୦୫ ଜଣ ସୁସ୍ଥ ହୋଇଛନ୍ତି ।