ଖସିଲା ସୁନା ଓ ରୁପା ଦାମ୍

ଆପଣ ଗହଣା କିଣିବାକୁ ଚାହୁଁଛନ୍ତି ବା ଯେଜନା କରୁଛନ୍ତି ତାହେଲେ ଜାଣି ନିଅନ୍ତୁ ଆଜି ସୁନା ଦର କେତେ ରହିଛି । ନଜର ପକାନ୍ତୁ ଆଜି ଭାରତରେ କେଉଁ ସହରରେ କେତେ ସୁନା ଦର ରହିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୨,୮୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୦,୧୫୦ ଟଙ୍କା ଛୁଇଁଛି ।ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୨,୮୯୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୪୦,୧୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୨,୮୯୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୪୦,୧୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୫୩,୦୪୦ ଟଙ୍କା ଓ ୨୨ କ୍ୟାରଟେ ୧,୪୦,୩୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୨,୮୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୦,୧୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୨,୮୯୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୪୦,୧୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୪୫,୦୦୦ ଟଙ୍କା ହୋଇଛି ।