ଭୁବନେଶ୍ୱର: ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୫,୨୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୪,୦୦୦ ଟଙ୍କା ଛୁଇଁଛି । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୫,୨୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୪,୦୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୫,୨୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୪,୦୦୦ ଟଙ୍କା ରହିଛି ।

ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୫,୪୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୪,୦୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୬,୧୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୪,୮୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୫,୨୮୦ ଓ ୧,୨୪,୦୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୧୯,୦୦୦ ଟଙ୍କା ହୋଇଛି ।

ଆପଣ ବର୍ତ୍ତମାନ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଏଥିପାଇଁ ସରକାର ଏକ ଆପ୍ ପ୍ରସ୍ତୁତ କରିଛନ୍ତି। ବିଏସ୍ କେୟାର ଆପ୍ ସହିତ ଗ୍ରାହକମାନେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ, ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ ନାହିଁ, ବରଂ ଏହା ସହିତ ଜଡିତ କୌଣସି ଅଭିଯୋଗ ମଧ୍ୟ କରିପାରିବେ। ତେବେ ସୁନା କିଣିବା ପୂର୍ବରୁ ମୂଲ୍ୟ ଯାଞ୍ଚ କରି ଆପଣ ସୁନା କିଣିପାରିବେ।