କେମିତି କଟିବ ଆଜିର ଦିନ, ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ। ପୂଜାପାଠରେ ସମୟ ବିତିବ। ଆପଣ ଜୀବନସାଥୀଙ୍କ ସହିତ ବ୍ୟବସାୟ ସମ୍ବନ୍ଧରେ କଥା ହେବେ। ଡାକ୍ତର ଛାତ୍ର ବଡ଼ ମାନଙ୍କର ସାହାଯ୍ୟ ପାଇବେ।

ବୃଷ : କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ। ଆକସ୍ମିକ ଧନଲାଭ ହେବ। ଶାରୀରିକ ଦୃଷ୍ଟିରୁ ଆପଣ ହୃଷ୍ଟପୁଷ୍ଟ ଅନୁଭବ କରିବେ। ନୂଆ ବ୍ୟବସାୟ ଆରମ୍ଭ କରିବା ଲାଗି ଭାବିବେ। ବନ୍ଧୁ ଓ ପରିଜନଙ୍କ ସହିତ ସମ୍ବନ୍ଧରେ ଉନ୍ନତି ହେବ।

ମିଥୁନ : ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର ସମ୍ଭାବନା ଅଛି। ବ୍ୟବସାୟ ଏବଂ ଆର୍ଥିକ ରୂପରେ ଲାଭ ହେବ। ମଧ୍ୟାହ୍ନ ପରେ ସମ୍ଭାଳିକରି ଚାଲିବାକୁ ଉପଦେଶ। ସରକାରୀ ଚାକିରିଆଙ୍କ ଲାଗି ଦିନଟି ଭଲ। ଜୀବନସାଥୀଙ୍କ ଠାରୁ ଭଲ ଖବର ଶୁଣିବେ। ପ୍ରସାଧନ ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ।

କର୍କଟ: ଆଜିର ବ୍ୟବସାୟ କ୍ଷେତ୍ରରେ ଅଧିକାରୀଗଣଙ୍କର କୃପାଦୃଷ୍ଟି ଆପଣଙ୍କ ପ୍ରଗତିର ମାର୍ଗ ଖୋଲିବ। ବ୍ୟାପାରରେ ଆୟ ବଢ଼ିବାର ସମ୍ଭାବନା ଅଛି। ପିତା ଏବଂ ବଡ଼ଙ୍କର ଆଶୀର୍ବାଦରେ ଲାଭ ହେବ। ମଧ୍ୟାହ୍ନ ପରେ ମିତ୍ରମାନଙ୍କଠାରୁ ହେବ। କୌଣସି ସାମାଜିକ ପ୍ରସଙ୍ଗରେ ଉପସ୍ଥିତ ରହବାକୁ ପଡ଼ିପାରେ। ଆପଣ ଭଲ କାମରେ ସହଯୋଗ କରିବେ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଯଥେଷ୍ଟ ଲାଭ ହେବ। ପ୍ରେମୀଯୁଗଳ ପରସ୍ପରଙ୍କ ଭାବନାକୁ ସମ୍ମାନ କରିବେ।

ସିଂହ : ଅଧିକାରୀମାନଙ୍କ ସହିତ ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖିବେ। ବ୍ୟାପାରରେ ବିଘ୍ନ ଆସିବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ପରିସ୍ଥିତି ଅନୁକୂଳ ରହିବ। ଅଧିକାରୀଗଣ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ଅନୁଭବ କରିବେ। ଆର୍ଥିକ ଦୃଷ୍ଟିରୁ ଲାଭ ହେବ। ଜମିରେ ନିବେଶ ପାଇଁ ଚିନ୍ତା କରିବେ। ଔଷଧ ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ। ପ୍ରେମିକଙ୍କ ଠାରୁ ଉପହାର ପାଇବେ।

କନ୍ୟା : ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ସରକାର ବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ। ପରିଜନମାନଙ୍କ ସହିତ କଳହର ପ୍ରସଂଗ ବନିପାରେ। ଈଷ୍ଟ ଦେବତାଙ୍କର ଶରଣରେ ସମସ୍ୟାଗୁଡ଼ିକର ନିବାରଣ ହେବ। ବଡ଼ ଭାଇ ଭଉଣୀଙ୍କର ସହଯୋଗ ପାଇବେ। ଚାକିରିଆଙ୍କ ଲାଗି ଭଲ ଦିନଟିଏ। ଘରକୁ ବନ୍ଧୁ ଆସିପାରନ୍ତି।

ତୁଳା : ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ। ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ଆକସ୍ମିକ ଖର୍ଚ୍ଚ ହୋଇପାରେ। ଘରେ ଧାର୍ମିକ ଆୟୋଜନ ପାଇଁ ଭାବିବେ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। କେହି ନିଜର ପିଲା ପାଇଁ ଆପଣଙ୍କ ପାଖରୁ ପରାମର୍ଶ ନେବେ।

ବିଛା : ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ମିତ୍ର ଏବଂ ସ୍ନେହୀଜନମାନଙ୍କ ସହିତ ଯାତ୍ରା କିମ୍ବା ପର୍ଯ୍ୟଟନର ଯୋଗ ଅଛି। ଜନକଲ୍ୟାଣ କାର୍ଯ୍ୟରେ ସମୟ ଦେବେ। ଆର୍କିଟେକ୍ଟଙ୍କ ଲାଗି ଦିନଟି ଆରାମଦାୟକ ରହିବ। ଜୀବନସାଥୀଙ୍କୁ କିଛି ଭଲ କଥା କହିବେ।

ଧନୁ : ମାନସିକ ରୂପରେ ଆପଣଙ୍କର ଭାବୁକତାର ମାତ୍ରା ଅଧିକ ରହିବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ। ଆପଣ ନିଜର କାର୍ଯ୍ୟକୁଶଳତା ବୃଦ୍ଧି କରିବା ଦରକାର। ଟିକେ ଚିଡ଼ିଚିଡ଼ା ଅନୁଭବ କରିପାରନ୍ତି। କାର୍ଯ୍ୟରେ ଜୀବନସାଥୀଙ୍କର ସହଯୋଗ ମିଳିବ।

ମକର :ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହେଉ, ଏହାର ଧ୍ୟାନ ରଖିବେ। ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। ଆପଣଙ୍କ ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ। ବ୍ୟବସାୟରେ କିଛି ପରିବର୍ତ୍ତନ ଆଣିପାରନ୍ତି। ଦାମ୍ପତ୍ୟ ଜୀବନରେ ସୁଖ ଶାନ୍ତି ବଜାୟ ରହିବ। ସନ୍ତାନଙ୍କ କାମରେ ଅଧିକ ଖର୍ଚ୍ଚ କରିପାରନ୍ତି।

କୁମ୍ଭ: ଆଜି ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବ ପ୍ରଥମ ସ୍ଥାନ ଦେବାକୁ ହେବ। ମିତ୍ରମାନଙ୍କ ସହିତ ସାକ୍ଷାତକରିବେ ଏବଂ ଏହି ସାକ୍ଷାତ ଆନନ୍ଦଦାୟୀ ରହିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ଭାଇମାନଙ୍କ ସହିତ ସମ୍ବନ୍ଧରେ ନିକଟତା ଆସିବ। ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। ଆପଣ କାହାରିକୁ ମନର କଥା କହିପାରନ୍ତି। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ।

ମୀନ: ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ମଧ୍ୟାହ୍ନ ପରେ ଆପଣ ବୈଚାରିକ ସ୍ଥିରତା ସହିତ ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ। ଆପଣ ନିଜ କାମରେ ସର୍ତକତା ଅବଲମ୍ବନ କରନ୍ତୁ।