କେମିତି କଟିବ ଆଜିର ଦିନ, ଜାଣନ୍ତୁ ଆଜିର ରାଶିଫଳ

ମେଷ– କାର୍ଯ୍ୟଦକ୍ଷତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ସୁନାମ ଓ ସଫଳତା ଅର୍ଜନ କରିବେ । କେତେକ ଅସହିଷ୍ଣୁ ମନୋଭାବର ପରଶ୍ରୀକାରତ ବନ୍ଧୁଙ୍କ ଅସମ୍ମାନଜନିତ କଥାରୁ କଳହ ହୋଇପାରେ। ବିଦ୍ୟାର୍ଥୀ ମାନେ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ।

ବୃଷ – ପ୍ରତ୍ୟେକ କ୍ଷେତ୍ରରେ ଯାହା କରିବେ ଭଲ ରୂପେ ଭାବି ଚିନ୍ତି କରିବା ଭଲ ହେବ । ପ୍ରସ୍ତୁତି ପଥରେ ଥିବା କାମଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡିବ। ପାରିବାରିକ ଜୀବନରେ ଶାନ୍ତି ବନାଇ ରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ହୋଇପାରେ, ଏହାର ଧ୍ୟାନ ରଖିବେ।

ମିଥୁନ– ପାରିବାରିକ ସମସ୍ୟା ଓ ଅର୍ଥର ବୋଝ ମନକୁ ବିଚଳିତ କରିବ । କର୍ମକ୍ଷେତ୍ରରେ ଅନ୍ୟକୁ କୈଫିୟତ୍ ଦେବାକୁ ପଡିପାରେ । ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ଭାଇମାନଙ୍କ ସହିତ ସମ୍ବନ୍ଧରେ ନିକଟତା ଆସିବ।

କର୍କଟ– ଆଜି ଦିନଟି ସାମଗ୍ରିକ ଦୃଷ୍ଟି କୋଣରୁ ଆପଣଙ୍କ ପାଇଁ ମିଶ୍ରିତ ରହିବ। ଈର୍ଷାପରାୟଣ ବନ୍ଧୁମାନଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ।

ସିଂହ– ଆଜି ଅନ୍ୟମନସ୍କତା କିମ୍ବା ଅସାବଧାନତା ବଶତଃ ଧନହାନୀ ଯୋଗ ମଧ୍ୟ ରହିଛି । କର୍ମକ୍ଷେତ୍ରରେ କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରନ୍ତୁ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।

କନ୍ୟା– ଆଜି ଦିନଟିରେ ଯାହା ପାଇବେ ତାହା ଠାରୁ ଦୁଇଗୁଣ ଖର୍ଚ୍ଚ କରିବାକୁ ପଡିବ । ଆକସ୍ମିକ ଭାବରେ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିବ । ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। ପରିବାରରେ ସୁଖ-ଶାନ୍ତି ବଜାୟରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ। ଆକସ୍ମିକ ଧନଲାଭ ହେବ।

ତୁଳା– ପୂର୍ବପରିକଳ୍ପତ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ କୌଣସି ଅସୁବିଧା ହେବ ନାହିଁ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ବ୍ୟବସାୟ ଏବଂ ଆର୍ଥିକ ରୂପରେ ଲାଭ ହେବ। ମଧ୍ୟାହ୍ନ ପରେ ସମ୍ଭାଳିକରି ଚାଲିବାକୁ ଉପଦେଶ।

ବିଛା– ପାରିବାରିକ ସ୍ଥିତିରେ କିଛିଟା ଉନ୍ନତି ପରିଲକ୍ଷିତ ହୋଇପାରେ । ଭୁଲ୍ ବୁଝାମଣା ଯୋଗୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ବ୍ୟାପାରରେ ଆୟ ବଢ଼ିବାର ସମ୍ଭାବନା ଅଛି। ପିତା ଏବଂ ବଡ଼ଙ୍କର ଆଶୀର୍ବାଦରେ ଲାଭ ହେବ।

ଧନୁ– ଯେତିକି ପାଉଛନ୍ତି, ସେତିକିରେ ସନ୍ତୁଷ୍ଟ ରହିବା ଭଲ ହେବ କାରଣ ଅଧିକ ଆଶା କରି କିଛି ଲାଭ ହେବନି । ବ୍ୟାପାରରେ ବିଘ୍ନ ଆସିବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ପରିସ୍ଥିତି ଅନୁକୂଳ ରହିବ। ଆର୍ଥିକ ଦୃଷ୍ଟିରୁ ଲାଭ ହେବ।

ମକର– କର୍ମକ୍ଷେତ୍ରରେ କେତେକ ଅବହେଳିତ କାମ ସକାଶେ ଚିନ୍ତା କରିପାରନ୍ତି । ଯେତେ ପ୍ରକାରର କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁ ପ୍ରଗତିରେ ଅଗ୍ରଗତି ହୋଇପାରିବ ନାହିଁ । ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ପରିଜନମାନଙ୍କ ସହିତ କଳହର ପ୍ରସଂଗ ବନିପାରେ। ବ୍ୟୟ ବଢିପାରେ ।

କୁମ୍ଭ– ପିଲାମାନଙ୍କ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ, ତଥାପି ସମସ୍ୟା ଅତି ସହଜରେ ସାମାଧାନ ହୋଇଯିବ । ନିଜର ଆତ୍ମୀୟମାନେ ହଠାତ୍ ଶତ୍ରୁତା କରିପାରନ୍ତି । ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ଆକସ୍ମିକ ଧନଲାଭ ହୋଇପାରେ।

ମୀନ– ପରିଜନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରା ସଫଳତା ଆଣି ଦେବ । ଅନ୍ୟ କଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି, ଯାହା କି ଆପଣଙ୍କ ପାଇଁ ମହଙ୍ଗା ପଡିପାରେ। ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାର ପ୍ରସ୍ତୁତ କରିବେ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ଦୂରଯାତ୍ରାର ଯୋଗ ଅଛି।