ଆଜି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ; ଧାଡ଼ି ବାନ୍ଧି ଚାଲିଛନ୍ତି ବଡ଼ ଠାକୁର

ଆଜି ମହାପ୍ରଭୁଙ୍କ ମହାଯାତ୍ରା । ରଥାରୂଡ଼ ହେବେ ତିନି ଠାକର । ମହାପ୍ରଭୁଙ୍କୁ ଦେଖିବା ପାଇଁ ଦେଶ ବିଦେଶରୁ ବଡ଼ ଦାଣ୍ଡରେ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼ । ଓଡିଶାର ମୁଖ୍ୟଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ବାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଡ଼ ଶୁକ୍ଳ ଦ୍ବିତୀୟା ତିଥି ଦିନ ପାଳନ ହୁଏ । ଏହି ଯାତ୍ରା ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ ।

ଅନ୍ୟପଟେ , ଆରମ୍ଭ ହୋଇଛି ବଡ଼ଠାକୁର ବଳଭଦ୍ରଙ୍କ ପହଣ୍ଡି । ଧାଡ଼ି ପହଣ୍ଡିରେ ଆସୁଛନ୍ତି ପ୍ରଭୁ ବଳଭଦ୍ର । ଘଣ୍ଟଘଣ୍ଟା, ହରିବୋଲରେ ପ୍ରକମ୍ପିତ ବଡଦାଣ୍ଡ । ହୁଳହୁଳିରେ, ହରିବୋଲରେ କମ୍ପୁଛି ଶ୍ରୀକ୍ଷେତ୍ର । ବଡ଼ ଠାକୁରଙ୍କ ପରେ ପହଣ୍ଡିରେ ଆସିବେ ମା ସୁଭଦ୍ରା । ସବାଶେଷରେ ଝୁଲି ଝୁଲି ଆସିବ କାଳିଆ ସୁନା । ମହାପ୍ରଭୁ ଜଗନ୍ନାଥଙ୍କ ଟିକେ ଝଲକ ପାଇବା ପାଇଁ ଚାତକ ଭଳି ଚାହିଁ ରହିଛନ୍ତି ଭକ୍ତ । କେତେବେଳେ ମହାପ୍ରଭୁ ଜଗନ୍ନାଥ ବଡ଼ ଦାଣ୍ଡକୁ ଆସିବେ ।

ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଦିନାତ୍ମକ ଯାତ୍ରା । ସିଂହଦ୍ୱାର ଚକଡ଼ାରେ ବିଜେ ଅଛନ୍ତି ୩ ରଥ । ନନ୍ଦିଘୋଷ, ଦର୍ପଦଳନ ଓ ତାଳଧ୍ୱଜ ରଥ ପ୍ରସ୍ତୁତ । ତିନି ରଥରେ ବିରାଜମାନ କରିବେ ଶ୍ରୀବିଗ୍ରହ । ଶ୍ରୀକ୍ଷେତ୍ରରେ ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ଼ । ମହାପ୍ରଭୁଙ୍କ ଅପେକ୍ଷାରେ ଶ୍ରଦ୍ଧାଳୁ । ବଡ଼ଦାଣ୍ଡରେ ଭକ୍ତିମୟ ପରିବେଶ ।