ନୂଆଦିଲ୍ଲୀ: ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଆଜି ଦେଶରେ କୋଭିଟ ସଂକ୍ରମଣ ସଂଖ୍ୟା ୧୦୦ରୁ ଅଧିକ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି କିଛି ହ୍ରାସ ପାଇ ୨୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜଣାପଡ଼ିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨୮ କରୋନା ଭାଇରସ୍ ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୧,୩୬୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୮,୬୪୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।