ମର୍ମନ୍ତୁଦ ସଡକ ଦୁର୍ଘଟଣା:୧୦ମୃତ,୧୦ ଆହତ

(ଉତ୍ତରପ୍ରଦେଶ): ଉତ୍ତରପ୍ରଦେଶର ମୁରାଦାବାଦ ଜିଲ୍ଲାରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ମିନି ବସ ଓ କ୍ୟାଣ୍ଟର ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ୧୦ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ଜଣ ଗୁରୁତର ଆହତ ହୋଇଛନ୍ତି । ବସଟି ବିଲାରୀରୁ ମୁରାଦାବାଦ ଆସୁଥିଲା । ମୁରାଦାବାଦ-ଆଗ୍ରା ରାଜପଥର ମାନପୁର ଗାଁ ନିକଟରେ ଦୁର୍ଘଟଣା ଘଟିଥିଲା । ମୃତକଙ୍କ ମଧ୍ୟରୁ ଅଧିକାଂଶ ବିଲାରୀ ଥାନା ଅଞ୍ଚଳର ବୋଲି ଜଣାପଡିଛି । ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନା ପଠାଯାଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର ଲୋକଙ୍କୁ ୨ଲକ୍ଷ ଟଙ୍କା ଲେଖାଏଁ ଦେବାକୁ ଘୋଷଣା କରିଛନ୍ତି । ସେହିପରି ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦେବା କହିଛନ୍ତି । ଆହତମାନଙ୍କୁ ମାଗଣାରେ ଚିକିତ୍ସା ସେବା ଯୋଗାଇ ଦେବାକୁ ମୁଖ୍ୟ ନିର୍ଦ୍ଦେଶ ଦେଇଛନ୍ତି ।