ଟ୍ରେନ ଦୁର୍ଘଟଣା: ପ୍ରାଣ ହରାଇଥିବା ପରିବାରଙ୍କ ପ୍ରତି ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ବ୍ୟୟବରାଦ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଯାଜପୁର ଜିଲ୍ଲା କୋରେଇରେ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବାରୁ ମୁଖ୍ୟମନ୍ତ୍ରୀ ଦୁଖ ପ୍ରକାଶ କରିଛନ୍ତି । ପ୍ରାଣ ହାରାଥିବା ପରିବାର ପ୍ରତି ପ୍ରଧାନମନ୍ତ୍ରୀ ତାଙ୍କର ଗଭୀର ସମବେଦନା ଜଣାଇବା ସହ ପୀଡିତଙ୍କ ସମ୍ପର୍କୀୟଙ୍କ ନିକଟରୁ ପ୍ରତ୍ୟେକଙ୍କୁ ଦୁଇ ଲକ୍ଷ ଟଙ୍କା ବ୍ୟୟବରାଦ ଘୋଷଣା କରିଛନ୍ତି । ଅନ୍ୟପଟେ ମୃତ ବ୍ୟକ୍ତିଙ୍କ ସଦସ୍ୟ ମାନଙ୍କୁ ୫ଲକ୍ଷ, ଗୁରୁତର ଆହତ ମାନଙ୍କୁ ଏକ ଲକ୍ଷ ଏବଂ ସାମାନ୍ୟ ଆହତ ମାନଙ୍କୁ ୨୫ ହଜାର ଟଙ୍କା ଆର୍ଥୀକ ସହାୟତା ଘୋଷଣା କରିଛନ୍ତି ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ । ଉଦ୍ଧାର କାର‌୍ୟ୍ୟକୁ ତ୍ୱରାନ୍ୱିତ କରିବା, ଆହତମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ମନ୍ତ୍ରୀ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ଶ୍ରୀମତୀ ପ୍ରମିଲା ମଲ୍ଲିକଙ୍କୁ ଘଟଣାସ୍ଥଳକୁ ଯାଇ ଷ୍ଟକ୍ ନେବାକୁ କହିଥିବା ବେଳେ ବୈଶୟୀକ ମନ୍ତ୍ରୀ ପ୍ରିତିରଞ୍ଜନ ଘଡେଇ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚିଛନ୍ତି । ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ ଦେହ ଉଦ୍ଧାର କରାଯାଇଛି । ଏବଂ ଆହୁରି ମଧ୍ୟ ଏବେ ଜୋରଦାରରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରେଳ ଦୁର୍ଘଟଣା ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ନିଜର ଟୁଇଟରରେ ଲେଖିଛନ୍ତି, ଯାଜପୁର କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ଦୁର୍ଘଟଣା ଖବର ଅତ୍ୟନ୍ତ ଦୁଃଖଦାୟକ। ଏଥିରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।