ଭୁବନେଶ୍ଵର: ପୁଣି ଏକ ଯୋଡ଼ା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା । ଆଗାମୀ ୨୪ ଘଣ୍ଟାରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ ଏକ ଲଘୁଚାପ । ଅନ୍ୟ ଏକ ଲଘୁଚାପ କ୍ଷେତ୍ର ୧୭ ତାରିଖ ବେଳକୁ ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ତେବେ ଓଡ଼ିଶାର ଉପକୂଳ ଜିଲାଗୁଡ଼ିକ ଯଥା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଆଦି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଓ ପବନର ବେଗ ୩୦ରୁ ୪୦ କିମି ପ୍ରତି ଘଣ୍ଟା ରହିବ। ଆସନ୍ତା ୪୮ ଘଣ୍ଟା ରାଜ୍ୟର ବିଭିନ୍ନ ସ୍ଥାନରେ ହେବ ପ୍ରବଳ ବର୍ଷା। ପୁଣି ଉତ୍ତର ଓଡ଼ିଶାରେ ହେବ ପ୍ରବଳ ବର୍ଷା। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ମୟୁରଭଂଜ, କେନ୍ଦୁଝର ଓ ସୁନ୍ଦରଗଡରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଏହା ସହିତ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୩ ଜିଲ୍ଲା ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଦେଓଗଡ଼, କଟକ, ନୟାଗଡ଼, କଳାହାଣ୍ଡି, କୋରାପୁଟ, ରାୟଗଡ଼ା ଓ ସମ୍ବଲପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିପ ପାଣିପାଗ ବିଭାଗ ।