ପୋଖରୀରେ ବୁଡି ୨ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ

ନୟାଗଡ଼: ପୋଖରୀରେ ବୁଡ଼ି ୨ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି। ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ଅଭିମାନପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗାଧୋଉ ଥିବାବେଳେ ପୋଖରୀରେ ବୁଡ଼ି ଉଭୟଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ୨ ମୃତକଙ୍କ ବୟସ ୧୧ ଓ ୧୨ ବର୍ଷ ସୂଚନା ।