ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାରୁ ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ପ୍ରଦାନ କରାଯିବ

ଭୁବନେଶ୍ୱର:- ସ୍ୱାଧୀନତା ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ କର୍ମଚାରୀମାନଙ୍କୁ ସମ୍ମାନିତ କରାଯିବ । ଗୃହ ମନ୍ତ୍ରଣାଳୟ ପକ୍ଷରୁ ୧୦୯୦ ଜଣ ପୋଲିସ, ଅଗ୍ନିଶମ, ହୋମଗାର୍ଡ, ନାଗରିକ ପ୍ରତିରକ୍ଷା ଏବଂ ସୁଧାର ସେବା କର୍ମଚାରୀଙ୍କୁ ସାହସିକତା ତଥା ସେବା ପଦକ ପ୍ରଦାନ ପାଇଁ ଘୋଷଣା କରାଯାଇଛି । ସେମାନଙ୍କ ମଧ୍ୟରୁ ୨୩୩ ଜଣଙ୍କୁ ବୀରତ୍ଵ ପଦକ (GM), ୯୯ ଜଣଙ୍କୁ ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପଦକ (PSM) ଏବଂ ୭୫୮ ଜଣଙ୍କୁ ପ୍ରଶଂସନୀୟ ସେବା ପାଇଁ ପଦକ (MSM) ପ୍ରଦାନ କରାଯିବ ।

ଓଡ଼ିଶାରୁ ୯ ଜଣଙ୍କୁ ମିଳିବ ସାହସିକତା ପଦକ । ୯ ଜଣଙ୍କ ଭିତରେ ଜଣେ ସବଇନିସପେକ୍ଟର, ଜଣେ କନେଷ୍ଟବଳ, ଦୁଇ ଜଣ ଓଏପିଏଫ, ଜଣେ ହାବିଲଦାର ଓ ୪ ଜଣ କମାଣ୍ଡୋ ଅଛନ୍ତି । ସେହିପରି ବିଶିଷ୍ଟ ସେବା ପାଇଁ ଦୁଇ ଜଣଙ୍କୁ ରାଷ୍ଟ୍ରପତି ପଦକ ମିଳିବ । ଅତିରିକ୍ତ ପୋଲିସ ସୁପରିଣ୍ଟେଣ୍ଡେଣ୍ଟ ରବୀନ୍ଦ୍ର କୁମାର ପଣ୍ଡା ଓ କମାଣ୍ଡାଣ୍ଟ ନରେଶ କୁମାର ପଟେଲଙ୍କୁ ରାଷ୍ଟ୍ରପତି ପଦକ ମିଳିବ । ସେହିପରି ୧୧ ଜଣଙ୍କୁ ମେରିଟୋରିଅସ ସର୍ଭିସ ମେଡାଲ ପ୍ରଦାନ କରାଯିବ ।