ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ ଆତଙ୍କବାଦୀ ନିହତ

( ଶ୍ରୀନଗର) : ଜମ୍ମୁ ଓ କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା । ଅନନ୍ତନାଗ ଜିଲ୍ଲାର କୋକେରନାଗରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।

ଆହୁରି ୨ ଜଣ ଆତଙ୍କବାଦୀ ଲୁଚି ରହିଥିବା ଜଣାପଡ଼ିଛି। ତେବେ ଲୁଚି ରହିଥିବା ଆତଙ୍କବାଦୀଙ୍କ ମଧ୍ୟରୁ ଜଣେ କୌଣସି ଏକ ଆତଙ୍କବାଦୀ ସଂଗଠନର କମାଣ୍ଡର ବୋଲି ସନ୍ଦେହ କରାଯାଉଛି। ଘଟଣାସ୍ଥଳରୁ ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଛି।

କୋକେରନାଗରେ ୪ ଜଣ ଆତଙ୍କବାଦୀ ଥିବା ନେଇ ସୂଚନା ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍ ଆରମ୍ଭ କରାଯାଇଥିଲା। ଏହି ସମୟରେ ସୁରକ୍ଷାକର୍ମୀମାନେ ଆତଙ୍କବାଦୀଙ୍କୁ ଘେରିବାରେ ସଫଳ ହୋଇଥିଲେ। ଏହା ପରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା।