ଭୁବନେଶ୍ୱର: ରାଜ୍ୟରେ ତାପମାତ୍ରା ବୃଦ୍ଧି ସହ ବାରମ୍ବାର ବିଦ୍ୟୁତ୍ କାଟ୍ ଲୋକଙ୍କୁ କଲବଲ କରୁଛି । ଯାହାକୁ ଦୃଷ୍ଟିରେ ରଖି ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ।ରାଜ୍ୟବ୍ୟାପୀ ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ । ଆଜି ଏନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ପରେ ମୁଖ୍ୟ ଶାସନ ସଚିବ ଏନେଇ ନିର୍ଦ୍ଦେଶ ଦେଇଛନ୍ତି । ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ପରେ ବିଦ୍ୟୁତ ବିତରଣ କମ୍ପାନୀମାନଙ୍କୁ ନିର୍ଦ୍ଦେଶ ପ୍ରଦାନ କରାଯାଇଛି । ରାଜ୍ୟରେ ବୃଦ୍ଧି ପାଉଥିବା ପ୍ରଚଣ୍ଡ ରୋଦ୍ର ତାପ ଓ ପିଲାଙ୍କ ପରୀକ୍ଷାକୁ ଦୃଷ୍ଟିରେ ରଖି ନିରବଛିନ୍ନ ବିଦ୍ୟୁତ୍ ଯୋଗାଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟର ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ନିରବଚ୍ଛିନ୍ନ ବିଜୁଳି ଯୋଗାଣକୁ ସୁନିଶ୍ଚିତ କରିବାକୁ ସମସ୍ତ ଡ଼ିସକମମାନଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।
ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ ଭିସିରେ ମୁଖ୍ୟ ଶାସନ ସଚିବ ସମୀକ୍ଷା କରୁଥିବା ବେଳେ ଶକ୍ତି ବିଭାଗର ବରିଷ୍ଠ ଅଧିକାରୀ ମାନେ ସାମିଲ ହୋଇଥିଲେ। ଗ୍ରୀଡକୋ, ଓପିଟିସିଏଲ୍, ଓଏଚପିସି, ଓପିଜିସି, ବିଦ୍ୟୁତ ଉତ୍ପାଦନ କମ୍ପାନୀ ସମେତ ଡିସକମ ମାନେ ସାମିଲ ହୋଇଥିଲେ । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ବିଦ୍ୟୁତ୍ ଚାହିଦା ବଢୁଛି । ପିକ୍ ସମୟରେ ୧୦ ପ୍ରତିଶତ ଅଧିକ ବିଦ୍ୟୁତ ଆବଶ୍ୟକତା ରହୁଛି । ରାଜ୍ୟରେ ବର୍ତ୍ତମାନ ବିଜୁଳି ଯୋଗାଣରେ ଯେଉଁ ସମସ୍ୟା ରହିଛି ତାହା ସାମୁହିକ ସମସ୍ୟା । ଦିନ ସମୟରେ ବିଜୁଳି ଯୋଗାଣରେ ଯେପରି କୌଣସି ଅସୁବିଧା ନ ହେବ ସେ ନେଇ ଡ଼ିସକମ ମାନଙ୍କୁ ନିର୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ସମସ୍ତ ଆଇଆଇପି ବା ବିଦ୍ୟୁତ ଉତ୍ପାଦନକାରୀ ସଂସ୍ଥାଙ୍କୁ କୋଇଲା ଯୋଗାଇ ଦେବା ପାଇଁ ନିର୍ଦେଶ ଦିଆଯାଇଛି।