ଦୁର୍ଗାପାଲି ରେଳବାଇ ଓଭରବ୍ରିଜର ଉଦଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର : ସମ୍ବଲପୁର ଗସ୍ତରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେଠାରେ ସେ ଆଜି ନବ ନିର୍ମିତ ହୋଇଥିବା ଦୁର୍ଗାପାଲି ରେଳବାଇ ଓଭରବ୍ରିଜର ଉଦଘାଟନ କରିଛନ୍ତି ।

ଏହି ଅବସରରେ ସେକହିଛନ୍ତି ଯେ, “ସମ୍ବଲପୁର ଦୁର୍ଗାପାଲି ସ୍ଥିତ ରେଲଓ୍ୱେ ଓଭର ବ୍ରିଜର ଉଦଘାଟନ କଲି । ସମ୍ବଲପୁର ସହରକୁ ଅଧିକ ସୁନ୍ଦର ଓ ଆଧୁନିକ କରିବା ପାଇଁ ଏହା ଏକ ଭଲ ପଦକ୍ଷେପ ।

ଏହି ବ୍ରିଜ୍ ଦ୍ୱାରା ସ୍ଥାନୀୟ ଅଞ୍ଚଳରେ ଟ୍ରାଫିକ୍ ନିୟନ୍ତ୍ରଣ ହ୍ରାସ ହେବା ସହ ଜନସାଧାରଣଙ୍କ ଯାତାୟତ ସୁରକ୍ଷିତ ହେବ । ଆଜିର ପଦକ୍ଷେପ ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ର ରେଳ ମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଉଛି ।“


ଏହା ସହ ସେ ଆହୁରି ମଧ୍ୟ କହିଛନ୍ତି , ଆଗାମୀ ଦିନରେ ଡବଲ ଇଞ୍ଜିନ ସରକାରରେ ସମ୍ବଲପୁର ସହରକୁ ଏକ ଶ୍ରୀମନ୍ତ ସହରରେ ବିକଶିତ କରାଯିବ । ରାସ୍ତାଘାଟ, ପିଇବା ପାଣି, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥାରେ ଉନ୍ନତି ଅଣାଯିବ ।

ଯୋଗାଯୋଗ ଏବଂ ଆନୁଷଙ୍ଗିକ ଭିତ୍ତିଭୂମିକୁ ସୁଦୃଢ କରାଯିବ । ସମ୍ବଲପୁର ସହରକୁ ଏକ ବୃହତ ମହାନଗର ନିଗମରେ ପରିଣତ କରିବା ପାଇଁ ଆମ ସରକାର ଅଙ୍ଗିକାରବଦ୍ଧ ।