ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଏବଂ ମାଓ ଦମନକୁ ନେଇ ଓଡ଼ିଶାକୁ ପ୍ରଶଂସା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଲୋକସେବା ଭବନରେ ହୋଇଥିବା କାର୍ଯ୍ୟକ୍ରମରେ ନବୀନ ସରକାରଙ୍କୁ ପ୍ରଶଂସା କରିଛନ୍ତି ଅମିତ ଶାହ । ନକ୍ସଲ ଦମନ ଓ ପ୍ରାକୃତିକ ବିପର୍ୟ୍ୟୟ ପରିଚାଳନା ପାଇଁ ଓଡ଼ିଶା ସରକାରଙ୍କୁ ପ୍ରଶଂସା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ସେ କହିଛନ୍ତି ଯେ, ପୂର୍ବାଞ୍ଚଳର ବିକାଶ ଉପରେ କେନ୍ଦ୍ର ସରକାର ଗୁରୁତ୍ୱ ଦେଇଆସୁଛନ୍ତି । ୨୦୧୫ରୁ ୨୦୧୯ ମଧ୍ୟରେ ମାଓବାଦୀ ହିଂସା ୩୦ ପ୍ରତିଶତ ହ୍ରାସ ପାଇଛି । ନକ୍ସଲ ବିରୋଧୀ ଅଭିଯାନରେ ସଫଳତା ହ୍ରାସ ପାଇଁ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ। ଆହୁରି କହିଛନ୍ତି ବିପର୍ୟ୍ୟୟ ପରିଚାଳନାରେ ଓଡ଼ିଶା ରୋଲ ମଡେଲ ପାଲଟିଛି । ନୂତନ ପଦକ୍ଷେପ ଯୋଗୁଁ ଓଡ଼ିଶା ବିପର୍ଯ୍ୟୟକୁ ମୁକାବିଲା କରି ଧନଜୀବନ ସୁରକ୍ଷିତ କରିବାରେ ସଫଳ ହୋଇଛନ୍ତି ନବୀନ ସରକାର ।