ଭୁବନେଶ୍ବର : ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ।ସେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । ସେଠାରୁ କଟକ ରେଭେନ୍ସା ବିଶ୍ବବିଦ୍ୟାଳୟ ଯିବେ। ଅପରାହ୍ଣ ୩ଟାରେ ବରମୁଣ୍ଡା ପଡ଼ିଆରେ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ପରେ ଏନ୍ଏଚ୍ଏଆଇ କାର୍ଯ୍ୟାଳୟରେ ପ୍ରକଳ୍ପ ସମୀକ୍ଷା କରିବା କାର୍ଯ୍ୟକ୍ରମ ରହିଛି। ରେଭେନ୍ସା ବିଶ୍ବବିଦ୍ୟାଳୟର ଇତିହାସ ବିଭାଗ ପୂର୍ବତନ ମୁଖ୍ୟମନ୍ତ୍ରୀ ଡ.ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳନ କରିବ। ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଡ଼କରୀ ଏବଂ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରମୁଖ ଅତିଥି ଭାବେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।