ଭୁବନେଶ୍ବର: ବଦଳିଲା ପାଗ । କାଳବୈଶାଖୀ ବର୍ଷାରେ ଭିଜିଲା ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳ । ଅସହ୍ୟ ଗରମ ଓ ଗୁଳୁଗୁଳିରୁ ମିଳିଛି ସାମନ୍ୟ ଆଶ୍ୱସ୍ତି । ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି। ବିଭିନ୍ନ ଅଞ୍ଚଳରେ ପବନ ସାଙ୍ଗକୁ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ମୁଣ୍ଡଫଟା ଖରା ସାଙ୍ଗକୁ ଅସହ୍ୟ ତାତି ପରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଆସନ୍ତା କାଲି ଠାରୁ ବିସ୍ତୃତି ବଢିବ । ଟ୍ରପ ଲାଇନ ପ୍ରଭାବରେ କାଳବୈଶାଖୀ ବର୍ଷା ଆସନ୍ତା କାଲିଠାରୁ ସାରା ରାଜ୍ୟରେ ହେବାର ପୂର୍ବାନୁମାନ କରାଯାଇଛି । ତେବେ ଆସନ୍ତା କାଲି ପାଇଁ ରାଜ୍ୟର ଗଞ୍ଜମ , ଗଜପତି, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ଓ ବାଲେଶ୍ୱରକୁ ଅରେଞ୍ଜ ଆଲେର୍ଟ କରିଛି ପାଣିବାଗ ବିଜ୍ଞାନ କେନ୍ଦ୍ର । ସେହିପରି ଆସନ୍ତ ୮ ଓ ୯ ତାରିଖରେ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।