ଭାରତୀୟ ପାଣିପାଗ ବିଭାଗ ଆଗାମୀ ପାଞ୍ଚ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସେପ୍ଟେମ୍ବର ୨ ତାରିଖରେ ସୁନ୍ଦରଗଡ଼ା, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ସହିତ, ବାଲେଶ୍ୱର, ଭଦ୍ରକ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ା, ଅନୁଗୋଳ ଏବଂ ସୁବର୍ଣ୍ଣପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି।

ସେହିଭଳି ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼ା, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ା, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ସୁବର୍ଣ୍ଣପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିସହ ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର,କଟକ, ଢେଙ୍କାନାଳ , ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡା ଭଳି ଜିଲ୍ଲା ଗୁଡ଼ିକରେ ବଜ୍ରପାତ ଏବଂ ୩୦-୪୦ କିଲୋମିଟର ପର୍ଯ୍ୟନ୍ତ ଘୂର୍ଣ୍ଣିବଳୟ ହେବାର ଅଧିକ ସମ୍ଭାବନା ରହିଛି।
ଅନ୍ୟପକ୍ଷେ ସେପ୍ଟେମ୍ବର ୩ରେ ସୁନ୍ଦରଗଡା, ଝାରସୁଗୁଡା, ବରଗଡର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେତୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲା ଗୁଡ଼ିକରେ ବଜ୍ରପାତ ସହିତ ବଜ୍ରପାତ ଏବଂ ୪୦-୫୦ କିଲୋମିଟର ବେଗରେ ଘୂର୍ଣ୍ଣିବଳୟ ହେବାର ଅଧିକ ସମ୍ଭାବନା ରହିଛି। ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର,କଟକ, କେଉଁଝର, ନୟାଗଡରେ ବଜ୍ରପାତ ଏବଂ ୩୦-୪୦ କିଲୋମିଟର ପବନ ହେବାର ସମ୍ଭାବନା ରହିଛି |

ସେପ୍ଟେମ୍ବର ୪, ୫ ଏବଂ ୬ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହିତ ବିଜୁଳି ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।