ଲାଞ୍ଚ ନେବା ବେଳେ ବରିଷ୍ଠ କିରାଣୀଙ୍କୁ ଧରିଲା ଭିଜିଲାନ୍ସ

ଯାଜପୁର: ଭିଜିଲାନ୍ସ ହାତରେ ବରିଷ୍ଠ କିରାଣୀ ।ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଜିଲ୍ଳା ମଙ୍ଗଳ ବିଭାଗର ଭାରପ୍ରପ୍ତ ବରିଷ୍ଠ କିରାଣୀ ସୁବ୍ରତ କୁମାର କାନୁନଗୋଙ୍କୁ ଧରିଲା ଭିଜିଲାନ୍ସ । ହରିଜନ ଓ ଆଦିବାସୀ ଅନୁକମ୍ପା ରାଶି ବିଲ୍ ପାସ୍ କରାଇଦେବା ପାଇଁ ୧୦ ହଜାର ଲାଞ୍ଚ ନେବା ବେଳେ ଧରିଲା ଯାଜପୁର ଭିଜିଲାନ୍ସ ।ଟୁନିଆ ଜେନା ନାମକ ଜଣେ ଅନୁସୂଚିତ ଜାତି ମହିଳାଙ୍କୁ ସରକାରଙ୍କ ପକ୍ଷରୁ ଜିଲ୍ଲା ମଙ୍ଗଳ ବିଭାଗ ନିକଟକୁ ୭୫ ହଜାର ଟଙ୍କାର କ୍ଷତିପୂରଣ ଅନୁକମ୍ପା ରାଶି ଆସିଥିଲା । ତେବେ ଏହାକୁ ପାସ କରାଇବା ପାଇଁ କିରାଣୀ ୨୫ ହଜାର ଦାବି କରିଥିଲେ । ପୂର୍ବରୁ ୧୫ ହଜାର ନେଇଥିବା ବେଳେ ଆଜି ୧୦ ହଜାର ଦାବି କରିଥିଲେ । ତେବେ ଏହି ସମୟରେ ଯାଜପୁର ଭିଜିଲାନ୍ସ ଟିମ ଚଢ଼ାଉ କରି ତାଙ୍କୁ ଗିରଫ କରିଛି ।