ଭିଜିଲାନ୍ସ ହାତରେ କନିଷ୍ଠ ଯନ୍ତ୍ରୀ

ନବରଙ୍ଗପୁର : ଭିଜିଲାନ୍ସ ହାତରେ ପାପଡାହାଣ୍ଡି ବ୍ଲକ କନିଷ୍ଠ ଯନ୍ତ୍ରୀ ବୀଣାପାଣି ବେହେରା । ରାସ୍ତାର ଉନ୍ନତି କରଣ କାମର ବିଲ କରିବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ଜେଇ । ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ପାପଡାହାଣ୍ଡି ବ୍ଲକ କନିଷ୍ଠ ଯନ୍ତ୍ରୀ ବୀଣାପାଣି ବେହେରା ଧରାପଡ଼ିଥିବା ସୂଚନା ମିଳିଛି । ପାପଡାହାଣ୍ଡି ବ୍ଲକ ଜେଇ ବୀଣାପାଣି ବେହେରାଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ବିଭାଗ ନିଜ ସାଥିରେ ନେଉଥିବା ବେଳେ ଉତ୍ତେଜନା ଦେଖିବାକୁ ମିଳିଥିଲା । ଭିଜିଲାନ୍ସ ବିଭାଗର ଗାଡ଼ିକୁ ଗ୍ରାମବାସୀ ଅଟକ ରଖିଥିବା ଜଣାପଡ଼ିଛି ।