ସହିଦ ସ୍ମୃତି ଭବନଠାରେ ସ୍ବର୍ଗତ ବିଜୟଶ୍ରୀ ରାଉତରାୟଙ୍କୁ ଶ୍ରଦ୍ଧାଞ୍ଜଳି

ଭଦ୍ରକ ୧୪।୬: ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ବିଧାୟକ ସ୍ଵର୍ଗତ ବିଜୟଶ୍ରୀ ରାଉତରାୟଙ୍କୁ ଶ୍ରଦ୍ଧାଞ୍ଜଳି । ଭଦ୍ରକ ସହରର ସହିଦ ସ୍ମୃତି ଭବନଠାରେ ବିଜୟଶ୍ରୀ ରାଉତରାୟଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳଙ୍କ ସମେତ ବହୁ ବିଜେଡ଼ି ନେତା ଓ ବିଜୁ ଯୁବ ଓ ଛାତ୍ର ସଂଗଠନର ସଦସ୍ୟମାନେ ଉପସ୍ଥିତ ରହି ସ୍ଵର୍ଗତ ବିଜୟଶ୍ରୀ ରାଉତରାୟଙ୍କ ଫଟୋରେ ପୁଷ୍ପ ଅର୍ପଣ କରିବା ସହ ସ୍ମୃତି ଚାରଣ କରିଥିଲେ ।