ଭୁବନେଶ୍ୱର: ବିଜୟ ପଟ୍ଟାନୟକଙ୍କୁ ମିଳିଲା ଦାୟିତ୍ୱ । ପ୍ରଚାର କମିଟିର ହେଲେ ଅଧକ୍ଷ୍ୟ । ଏଆଇସିସି ସଭାପତିଙ୍କ ଅନୁମୋଦନ କ୍ରମେ ବାଜିଛି ମୋହର । ସେହିଭଳି ରାଜ୍ୟ କଂଗ୍ରେସର ରାଜନୈତିକ ବ୍ୟାପାର କମିଟିକୁ ଏଆଇସିସିର ଅନୁମୋଦନ ମିଳିଛି । କମିଟିରେ ରାଜ୍ୟ ପ୍ରଭାରୀ ଚେଲ୍ଲା କୁମାର ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସହ ରହିଛନ୍ତି ୨୭ ଜଣ ନେତା । ଦଳର ବରିଷ୍ଠ ନେତାଙ୍କୁ ଏହି କମିଟିରେ ସ୍ଥାନ ଦିଆଯାଇଛି । ସେହିଭଳି ଛାତ୍ର କଂଗ୍ରେସର ସଭାପତି, ଯୁବ କଂଗ୍ରେସ ସଭାପତି ଓ ସେବା ଦଳର ସଭାପତିଙ୍କ ସହ ୫ ଜଣଙ୍କୁ ନିମନ୍ତ୍ରିତ ଅତିଥି ଭାବେ କମିଟିରେ ସ୍ଥାନ ମିଳିଛି ।ଗତ କିଛି ଦିନ ପୂର୍ବେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ କଂଗ୍ରେସରେ ସାମିଲ ହୋଇଥିଲେ । କଂଗ୍ରେସରେ ସାମିଲ ହେବା ପରେ ବିଜୟଙ୍କୁ ବଡ ଦାୟିତ୍ୱ ମିଳିବ ବୋଲି ଚର୍ଚ୍ଚା ହେଉଥିଲା ।