ବୃଦ୍ଧି ପାଇବ ଗ୍ରୀଷ୍ମ ପ୍ରବାହ , ସର୍ବାଧିକ ୪୪.୬ ଡିଗ୍ରୀ ରେକର୍ଡ 

ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଜାରି ରହିବ ।

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଲାଣି । ମଙ୍ଗଳବାର ଓ ବୁଧବାର ତାତି ଅସମ୍ଭାଳ । ପାଣିପାଗ ବିଭାଗର ଏଭଳି ପୂର୍ବାନୁମାନକୁ ନେଇ ସ୍ୱତନ୍ତ୍ର ରିଲିଫ କମିଶନର ସତର୍କ ସୂଚନା ଜାରି କରିଛନ୍ତି ।

 ବରଗଡ଼, ସୋନପୁର, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ ତାତି ଅନୁଭୂତ ହେବ । ସେପଟେ ତାମିଲନାଡୁ ପାଖରେ ମୌସୁମୀ ଅଟକି ରହିଛି । ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ମୌସୁମୀ ସକ୍ରିୟ ହେବାର ଆଶା ଦେଖାଦେଇଛି ।

ସୋମବାର ୧୩ ଜିଲ୍ଲାର ତାପମାତ୍ରା ୪୦ଡିଗ୍ରୀ ଉପରେ ଥିଲା । ଟିଟିଲାଗଡର ତାପମାତ୍ରା ସର୍ବାଧିକ ୪୪.୬ ଡିଗ୍ରୀ ରେକର୍ଡ ହୋଇଥିଲା । ସମସ୍ତଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବୁଧବାର ମଧ୍ୟ ଗୀଷ୍ମ ଲହରୀ ଜାରି ରହିବ । ଏଥିପାଇଁ ସତର୍କତାମୂଳକ ପଦକ୍ଷେପ ନେବାକୁ ଏହି ୪ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।