ଆସନ୍ତାକାଲିଠୁ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା
ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ୯ ତାରିଖରୁ ବର୍ଷା ହେବା ସମ୍ଭାବନା ରହିଛି ।
(ଭୁବନେଶ୍ୱର) : ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ୯ ତାରିଖରୁ ବର୍ଷା ହେବା ସମ୍ଭାବନା ରହିଛି । ଫଳରେ ଆସନ୍ତା ୩ ଦିନ ଯାଏ ରାତି ତାପମାତ୍ରା ପ୍ରାୟ ୩ରୁ ୪ ଡିଗ୍ରୀ ବଢ଼ିବ ଓ ଶୀତ କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ସୂଚନାନୁଯାୟୀ , ମଙ୍ଗଳବାର ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇପାରେ । ବୁଧବାର ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାର ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ଅଛି । ୧୦ରେ ଉତ୍ତର ଓଡ଼ିଶା ସମେତ ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।