ଆଜି କେତେକ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା

ପଶ୍ଚିମା ଝଡ଼ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

(ଭୁବନେଶ୍ୱର) : ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହେବା ସମ୍ଭାବନା । ପଶ୍ଚିମା ଝଡ଼ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସୂଚନାନୁଯାୟୀ , ରାଜ୍ୟରେ ଆସନ୍ତା ତିନି ଦିନ ଶୀତ ବଢିବ । ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଶୀତ ବଢ଼ିପାରେ । ୧୩ ତାରିଖ ପରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପୁଣି ରାତି ତାପମାତ୍ରା ବଢ଼ିପାରେ । ୧୮ ବେଳକୁ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ଓ ରାତି ତାପମାତ୍ରା ବଢ଼ିବ । ଦିନ ତାପମାତ୍ରା ୩୨ରୁ ୩୩ ଡିଗ୍ରୀ ରହିବ ବୋଲି ମଧ୍ୟ ସେ ଆକଳନ କରିଛନ୍ତି । ଆସନ୍ତା ୩ଦିନ ଯାଏ ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ କମିବ ।