ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଲଘୁଚାପ ରାଜ୍ୟରୁ ପଳାଇବା ପରେ ବର୍ଷା କମିଯାଇଛି । ବୁଧବାର ଉତ୍ତର ଓଡ଼ିଶାରେ ମୁଖ୍ୟତଃ ବର୍ଷା ହୋଇପାରେ । ଏହାସହ ରାଜ୍ୟର ୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।
(ଭୁବନେଶ୍ୱର) : ଲଘୁଚାପ ରାଜ୍ୟରୁ ପଳାଇବା ପରେ ବର୍ଷା କମିଯାଇଛି । ବୁଧବାର ଉତ୍ତର ଓଡ଼ିଶାରେ ମୁଖ୍ୟତଃ ବର୍ଷା ହୋଇପାରେ । ଏହାସହ ରାଜ୍ୟର ୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ , ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଆଶଙ୍କା ଅଛି । ଏଥିପାଇଁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗୁରୁବାର ରାଜ୍ୟର ଅନେକ ଜାଗାରେ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳରେ ପ୍ରବଳ ବର୍ଷା ହୋଇପାରେ । ଶୁକ୍ରବାର ମଧ୍ୟ କେତେକ ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ତେବେ ଲଗାଣ ବର୍ଷା ସମ୍ଭାବନା କମ୍ ରହିଛି । ଏବେ ବି ଅନେକ ଜାଗାରେ ପାଗ ଆଂଶିକ ମେଘୁଆ ରହିବ ।