ପୁରୀ: ବଜ୍ରପାତରେ ଗଲା ମହିଳାଙ୍କ ଜୀବନ । ପୁରୀ ଛଇତନା ଭୋଇସାହିରେ ଏହି ବଜ୍ରପାତ ଘଟିଛି। ସେଥିରେ ମହିଳାଙ୍କ ଜୀବନ ଚାଲିଯାବା ସହ ୭ଜଣ ଗୁରୁତର ଆହତ ହୋଇଛନ୍ତି । ତେବେ ସମସ୍ତ ଆହତଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସେପଟେ ଅଗଷ୍ଟ ୧୩ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଉତ୍ତର ଉପକୂଳ ଓ ଏହାର ସଂଲଗ୍ନ ଜିଲ୍ଲାଗୁଡ଼କରେ କିଛି କିଛି ଜାଗାରେ ବର୍ଷା ହେବାର ସମ୍ଭାବନା ରହିଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୧୩ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ୧୪ ଓ ୧୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।