ମେଟ୍ରୋ ପ୍ରକଳ୍ପ ବନ୍ଦ ନିଷ୍ପତ୍ତିର ପୁନର୍ବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ

ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ବନ୍ଦ ନିଷ୍ପତ୍ତିର ପୁନର୍ବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା ଷଡଙ୍ଗୀ ।  ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳ ପାଇଁ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପକୁ ବନ୍ଦ କରିବା ପାଇଁ ରାଜ୍ୟ କ୍ୟାବିନେଟଙ୍କ ନିଷ୍ପତ୍ତିକୁ ନେଇ ସାଂସଦ ଅପରାଜିତା ଷଡ଼ଙ୍ଗୀ ଗଭୀର ଚିନ୍ତା ପ୍ରକଟ କରିଛନ୍ତି । ଏହି ନିଷ୍ପତ୍ତିର ପୁନର୍ବିଚାର କରିବାକୁ ସେ ଅନୁରୋଧ କରିଛନ୍ତି । ଏନେଇ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି ଲେଖିଛନ୍ତି ।

May be an image of one or more people, people smiling, flute, dais and text

 

ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ଚିଠିରେ ଦର୍ଶାଇଛନ୍ତି, ଭୁବନେଶ୍ୱରରେ ଦିନକୁ ଦିନ ଜନସଂଖ୍ୟା ବଢିବାରେ ଲାଗିଛି । ଫଳରେ ଟ୍ରାଫିକ ସମସ୍ୟା ଉପୁଜୁଛି । ଜନସଂଖ୍ୟା ଓ ଟ୍ରାଫିକ ସମସ୍ୟାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ମେଟ୍ରୋ ରେଳ ପ୍ରକଳ୍ପ ଅତ୍ୟନ୍ତ ଜରୁରୀ । ମେଟ୍ରୋ ରେଳ ପ୍ରକଳ୍ପ କେବଳ ଭୁବନେଶ୍ୱର ନୁହେଁ, ବରଂ କଟକ, ଜଟଣୀ ଏବଂ ଖୋର୍ଦ୍ଧା ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିବାର କ୍ଷମତା ରଖୁଥିଲା । ଏହା ହଠାତ ବନ୍ଦ ହୋଇଯିବା ଫଳରେ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି ।

Bhubaneswar Metro Rail Project: DMRC invites tender for stations

ଏହି ପ୍ରକଳ୍ପ ପାଇଁ ଏପର୍ଯ୍ୟନ୍ତ ୨୭୪ କୋଟି ଟଙ୍କା ଖର୍ଚ୍ଚ ହୋଇସାରିଛି। ଏବେ ଏହାକୁ ବନ୍ଦ କରିଦେଲେ ଭବିଷ୍ୟତରେ ଆରମ୍ଭ କରିବା ପାଇଁ ୨ ରୁ ୪ ଗୁଣ ଅଧିକ ଖର୍ଚ୍ଚ କରିବାକୁ ପଡ଼ିବ। ଏହି ପ୍ରକଳ୍ପ ପର୍ଯ୍ୟଟନର ବିକାଶ ଓ ନିବେଶକୁ ଆକୃଷ୍ଟ କରିବାରେ ସହାୟକ ହେବ। ସେଥିପାଇଁ କେନ୍ଦ୍ର ସରକାରଙ୍କ ସହ ସମନ୍ୱୟ ରକ୍ଷା କରି ଅନୁଦାନ ଯୋଗାଡ଼ କରିବାରେ ପୂର୍ଣ୍ଣ ସହଯୋଗ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ । ଏବଂ ଲାଭ-କ୍ଷତିକୁ ନଦେଖି ବୃହତ୍ତର ଜନସ୍ୱାର୍ଥ ସହ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥା ପାଇଁ ଏହି ପ୍ରକଳ୍ପକୁ ପୁନର୍ଜୀବିତ କରିବାକୁ ସେ ଦାବି କରିଛନ୍ତି । ବିକଶିତ ଓଡ଼ିଶାର ସ୍ୱପ୍ନ ସାକାର କରିବା ଦିଗରେ ମେଟ୍ରୋ ପ୍ରକଳ୍ପ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ ଆଶା ପ୍ରକଟ କରିଛନ୍ତି ।

MP Aparajita Sarangi Writes To CM Mohan Majhi On Bhubaneswar Metro Rail Project