ଭୁବନେଶ୍ଵର: ଆସନ୍ତା ଯାତ୍ରା ଋତୁରେ ମଞ୍ଚରେ ଦେଖାଯିବେନି ହାସ୍ୟାଭିନେତା ନରି ପଣ୍ଡା। ଅଭିନେତାଙ୍କୁ ବ୍ୟାନ୍ କରିଛି ଯାତ୍ରା ମାଲିକ ସଂଘ। ନରି ପଣ୍ଡାଙ୍କୁ ମାଡ଼ ମରା ଘଟଣାରେ ଯାତ୍ରା ମାଲିକ ସଂଘ ଏହି ନିଷ୍ପତ୍ତି ନେଇଛି। ଅନିର୍ଦ୍ଦିଷ୍ଟ କାଳ ପାଇଁ ନରି ପଣ୍ଡାଙ୍କୁ ବ୍ୟାନ୍ କରାଯାଇଥିବା ମାଲିକ ସଂଘର ସଭାପତି ଭାରତ ଭୂଷଣ ଦେଓ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ ସୂଚନା ଅନୁଯାୟୀ, ଯାତ୍ରା ତୁଳସୀ ମାଲିକ ଅନନ୍ତ ନାରାୟଣ ଧଳ ଓ ନରି ପଣ୍ଡାଙ୍କ ଭିତରେ ବିବାଦ ହୋଇଥିଲା। ଯାତ୍ରା କଳାକାର ତଥା ହାସ୍ୟ ଅଭିନେତା ନରି ପଣ୍ଡା ଆଗାମୀ ଯାତ୍ରା ଋତୁ ୨୦୨୫- ୨୬ ପାଇଁ ତୁଳସୀ ଗଣନାଟ୍ୟକୁ ଯିବା ପାଇଁ ୧୬ ଲକ୍ଷ ଟଙ୍କା ଏଗ୍ରିମେଣ୍ଟ ହୋଇଥିଲା।

ସେ ଦୁଇଟି ପର୍ଯ୍ୟାୟରେ ୧୦ ଲକ୍ଷ ଟଙ୍କା ନେଇଥିବା ବେଳେ। ଆଉ ଅବଶିଷ୍ଟ ଟଙ୍କା ପାଇଁ ତୁଳସୀ ଗଣନାଟ୍ୟ ମାଲିକ ଅନନ୍ତ ନାରାୟଣ ଧଳଙ୍କୁ ଫୋନ କରିବାରୁ ସେ ଫୋନରେ ତାଙ୍କୁ ଆଉ ତାଙ୍କ ପତ୍ନୀ ଙ୍କୁ ଖରାପ ବ୍ୟବହାର କରିଥିବା ନରି ପଣ୍ଡା ଅଭିଯୋଗ କରିଥିଲେ। ସେ ତୁଳସୀ ଗଣନାଟ୍ୟରେ ରହିବେ ନାହିଁ। ସେଥିପାଇଁ ସେ ନେଇଥିବା ୧୦ ଲକ୍ଷ ଟଙ୍କା ଫେରସ୍ତ କରିବା ପାଇଁ ମାଲିକଙ୍କ ପାଖକୁ ଆସିଥିବା ସମୟରେ ତାଙ୍କୁ ମାଲିକ ମାଡ ମାରିଥିବା ଅଭିଯୋଗ ଆଣିଥିଲେ।
ନରି ପଣ୍ଡାଙ୍କ ଅଭିଯୋଗ ସମ୍ପୂର୍ଣ ଭିତ୍ତିହିନ ବୋଲି ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ କହିଥିଲେ। ସେ ୧୬ ଲକ୍ଷ ଟଙ୍କା ପାଇଁ ଏଗ୍ରିମେଣ୍ଟ ହୋଇଥିଲେ। ୧୦ ଲକ୍ଷ ଟଙ୍କା ନେଇଥିଲେ। ଅନ୍ୟ ଯାତ୍ରା ପାର୍ଟିରୁ ଅଧିକ ଟଙ୍କା ପାଇବା ଆଶାରେ ସେ ଏହିଭଳି ନାଟକ କରୁଛନ୍ତି। ସେ ତାଙ୍କ ପତ୍ନୀଙ୍କୁ କୌଣସି ଖରାପ ବ୍ୟବହାର କରି ନାହାନ୍ତି। ସେଦିନ ସେ ଟଙ୍କା ଫେରାଇବା ପାଇଁ ଆସିଥିବା ବେଳେ ମାଡ ମାରିଥିବା କଥାକୁ ଖଣ୍ଡନ କରିଥିଲେ।