କାଲି ଅବପାତ:୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ୬ଟି ସ୍ଥାନରେ କାଳବୈଶାଖ ଜନିତ ବର୍ଷା ଲାଗି ରହିଛି । ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରଣ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳୀ ଘଡ଼ଘଡି ସହ ବର୍ଷା ହେଉଛି। ଏପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୭ ତାରିଖ ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି, ଦେବଗଡ଼, ଅନୁଗୁଳ, ଢ଼େଙ୍ଗାନାଳ, କୋରାପୁଟ ଓ ମାଲକାନଗିରି, ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୭ ତାରିଖରେ ଅବପାତ ଏବଂ ୮ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ରୂପ ନେବା ଆଶଙ୍କା ରହିଛି । ଏହି ଅବପାତ ରବିବାର ବାତ୍ୟାର ରୂପ ନେଇ କ୍ରମଶଃ ଉତ୍ତର ପଶ୍ଚିମ ଦିଗକୁ ଗତି କରି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତରଆନ୍ଧ୍ର ଓ ଓଡ଼ିଶା ଉପକୂଳ ୧୦ ତାରିଖରେ ଛୁଇଁବ । ଏନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।