ଭୁବନେଶ୍ୱର: ଆସୁଛି ବଡ ବର୍ଷା ଭିଜିବ ଓଡିଶା । ଏହା ପ୍ରଭାବରେ ୧୭ ତାରିଖ ପର୍ୟ୍ୟନ୍ତ ଘଡଘଡି ବିଜୁଳି ସହ ବର୍ଷା ହେବା ସମ୍ଭାବନା ରହିଛି । ଝଡ ପବନ ସହ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ୧୫ ତାରିଖରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡା, କୋରାପୁଟ, ରାୟଗଡା, ଗଜପତିରେ ବିଜୁଳି ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଥିବା ବେଳେ ୧୬ତାରିଖରେ କୋରାପୁଟ, ଗଜପତି, କନ୍ଧମାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳକୁ କାଳବୈଶାଖି ନେଇ ସତର୍କତା ଜାରି କରାଯାଇଛି । ଉତ୍ତର ଓ ଉପକୂଳ ଜିଲ୍ଲା ଗୁଡ଼ିକରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୧୭ ତାରିଖରେ ଦକ୍ଷିଣ ଓଡ଼ିଶା ଓ ତାର ପାର୍ଶ୍ୱବର୍ତ୍ତୀଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୧୨ ଜିଲ୍ଲା ମାଲକାନାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।