ପ୍ରବଳ ଥଣ୍ଡା ପାଇଁ ଆଜି ତିନି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଜାଡରେ ଥରୁଛି ସାରା ଓଡ଼ିଶା । ଆହୁରି ଦୁଇ ଦିନ ରହିବ ଶୀତ ଲହରୀ । ପ୍ରବଳ ଥଣ୍ଡା ପାଇଁ ଆଜି ତିନି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅସହ୍ୟ ଶୀତରେ କଲବଲ ହେଉଛି ସାରା ରାଜ୍ୟ। ୧୦ ଡିଗ୍ରୀ ତଳେ ରାଜ୍ୟର ୨୧ ସହର। ୨ ଡିଗ୍ରୀ ସହିତ କୋରାପୁଟ ଜିଲ୍ଲାର ସେମିଳିଗୁଡ଼ା ହୋଇଛି ସବୁଠୁ ଥଣ୍ଡା ସହର । ସେହିପରି ଜି. ଉଦୟଗିରିରେ ୫ଡିଗ୍ରୀ ତଳେ ରହିଥିବାବେଳେ ଫୁଲବାଣୀରେ ୫ ଡିଗ୍ରୀ ତାପମାତ୍ରା ରେକର୍ଡ ହେଉଛି ।୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଆଜିି ଅନୁଗୁଳ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା ଜିଲ୍ଲା ବାସୀଙ୍କୁ ସତର୍କ ରହିବାକୁ କୁହାଯାଇଛି।

ରାତି ଓ ପାହାନ୍ତା ସମୟରେ ଘରେ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ଏହି ସମୟରେ ଦୁଇ ଚକିଆ ଯାନ ଓ ଖୋଲା ଗାଡ଼ିରେ ଯାତ୍ରାରୁ ନିବୃତ୍ତ ରହିବାକୁ ପରାମର୍ଶ ଦିଆଯାଇଛି। ଘରୁ ବାହାରିଲେ ପାଦରୁ ମୁଣ୍ଡ ପର୍ଯ୍ୟନ୍ତ ଶୀତ ପୋଷାକ ପିନ୍ଧନ୍ତୁ। ଉତ୍ତର ଓ କେନ୍ଦ୍ର ଭାରତ ପଟୁ ବହୁଥିବା ଥଣ୍ଡା ପବନ ଯୋଗୁ ଓଡ଼ିଶା ରେ ଅସହ୍ୟ ଶୀତ ହେଉଛି। ତେଣୁ ୧୧ କିମ୍ବା ୧୨ ତାରିଖ ପରଠୁ ଏହା କମିବାର ସମ୍ଭାବନା ରହିଛି।ଆସନ୍ତାକାଲି ପର୍ଯ୍ୟନ୍ତ ସାରା ରାଜ୍ୟରେ ଏଭଳି ଶୀତ ଲହରୀ ଜାରି ରହିବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାତିରେ ତାପମାତ୍ରା କମିବା ସହିତ ଶୀତ ବଢିବ। ସବୁଠି ଆହୁରି ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ପାରା କମିବା ନେଇ ଆକଳନ କରାଯାଉଛି ।

ପ୍ରବଳ ଶୀତନ ନେଇ ଆଜି ପାଇଁ ୫ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ଅନୁଗୁଳରେ ସର୍ବାଧିକ ଶୀତ ଅନୁଭୂତ ହେବଉଛି ।ସେହିପରି ଆସନ୍ତାକାଲି ପାଇଁ ଝାରସୁଗୁଡ଼ା, ଦେବଗଡ଼ ଓ ଅନୁଗୁଳକୁ ଆଲର୍ଟ କରାଯାଇଛି। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଏହି ସବୁ ଜିଲ୍ଲାରେ ରାତିରେ ଘରେ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ଜୁରୁରୀ ନଥିଲେ ସକାଳୁ ଘରୁ ନ ବାହାରିବା ସହିତ ଶୀତବସ୍ତ୍ର ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଛି । ପରବର୍ତ୍ତୀ ସମୟରେ ଏହା ଧୀରେ ଧୀରେ ୨/୩ ଡିଗ୍ରୀ ହୋଇ ବୃଦ୍ଧି ପାଇବ ।