କଲବଲ କରିବ କାଳବୈଶାଖୀ । ୨୬ ରୁ ୨୮ ତାରିଖ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଜିଠୁ ପାଗର ମିଜାଜ ବଦଳିବା ନେଇ ସୂଚନା ରହିଛି । ରାଜ୍ୟରେ କାଳବୈଶାଖୀ ପ୍ରଭାବ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉପକୂଳ ସମେତ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବ ସହ ବିଜୁଳି, ଘଡ଼ଘଡ଼ି ଏବଂ ବର୍ଷା ହେବାର ସମ୍ଭାବନା ରହିଛି ।
/odishatv/media/post_attachments/uploadimage/library/16_9/16_9_0/recent_photo_1743655667.jpg)
ଅନ୍ୟପଟେ ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟରେ ତାତି ବଢ଼ିପାରେ । ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବାର ସମ୍ଭାବନା ଅଛି । ସୋମବାର ଦିନ ତାପମାତ୍ରା ୩ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଶନିବାର ପାରଳାଖେମୁଣ୍ଡିରେ ଦିନ ତାପମାତ୍ରା ୩୫.୬ ଡିଗ୍ରୀ ସେଲସିୟସ୍, ବରଗଡ଼ରେ ୩୪.୬, ଟିଟିଲାଗଡ଼ରେ ୩୪ଡିଗ୍ରୀ, ବଲାଙ୍ଗୀରରେ ୩୩.୮, ନୟାଗଡ, ଭବାନୀପାଟଣା, ଜଗତ୍ସିଂହପୁର ଓ ଖୋର୍ଦ୍ଧାରେ ୩୩.୫, ସୋନପୁରରେ ୩୩.୨ ଡିଗ୍ରୀ ରେକର୍ଡ ହୋଇଛି ।
