ରାଜ୍ୟର୧୭ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ବିଭିନ୍ନ ସ୍ଥାନରେ ବଜ୍ରପାତ ସହ କୁଆପଥର ବର୍ଷା ହେବ ବୋଲି ସୂଚନା ଦେଇଛି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଭାଗ । ଆଜି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା,କଟକ, ଜଗତସିଂହପୁର, ନୟାଗଡ଼ା, ପୁରୀ, ଖୋର୍ଦ୍ଧା, ଗଂଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।