ଭୁବନେଶ୍ୱର: ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ , ଝାରସୁଗୁଡା , ବଲାଙ୍ଗିର, ସମ୍ବଲପୁର ଓ ନୂଆପଡା ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ଦିନ ୨ ଟା ୩୦ ସୁଦ୍ଧା ସର୍ବାଧିକ ତାପମାତ୍ରା ସମ୍ବଲପୁରରେ ୪୩.୮ ଡିଗ୍ରୀ ରେକର୍ଡ କରାଯାଇଛି । ୪୦ ଡିଗ୍ରୀ ଉପରେ ରହିଛି ଝାରସୁଗୁଡା , ସମ୍ବଲପୁର , ରାଉଲକେଲା ଓ ହୀରାକୁଦ ରହିଛି । ଭୁବନେଶ୍ୱର ତାପମାତ୍ରା ୩୯.୪ ଡିଗ୍ରୀ ରେକର୍ଡ କରାଯାଇଛି । ଆଗାମୀ ୨ରୁ୩ ଦିନ ମଧ୍ୟରେ ତାପମାତ୍ରା ୩ରୁ୫ଡିଗ୍ରୀ ବଢିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୫ ଦିନରେ ରାଜ୍ୟରେ ଗୋଟିଏ ଦୁଇଟି ଜାଗାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଆଉ କିଛି ସ୍ଥାନରେ ଗ୍ରୀଷ୍ମପ୍ରବାହ ସମ୍ଭାବନା ରହିଛି । ୨୯ ଓ ୩୦ ତାରିଖରେ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଓ ନୂଆପଡାରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।